CHSE ଦ୍ଵାରା ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ୨ ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ

ଭୁବନେଶ୍ୱର(ରାଜ୍ୟକାହାଣୀ) ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ ଆଜିଠାରୁ ଆରମ୍ଭ ହୋଇଛି । ଡିସେମ୍ବର ୩୦ ପର୍ଯ୍ୟନ୍ତ ହେବାକୁ ଥିବା ଆସେସ୍‌ମେଣ୍ଟ ୧୦ କିମ୍ବା ୨୦ ମାର୍କ ବିଶିଷ୍ଟ ରହିବ।ଏନେଇ କଲେଜମାନଙ୍କରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିଲା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି ।ଆସନ୍ତା ବର୍ଷ ସାରା ରାଜ୍ୟରେ ମୋଟ ୧୨୭୬ଟା ସେଣ୍ଟରରେ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହେବ ।  ଏନେଇ ଉତ୍ତର ଖାତା ସହ ପ୍ରାକ୍ଟିକାଲ ପରୀକ୍ଷା କନଫିଡେନସିଆଲ ଦସ୍ତାବିଜ ନେଇ ମୋଟ ୩୨ଟି ରୁଟ ଦେଇ ଗାଡି ଯାଉଛି । ଆସନ୍ତା ୨୯ ତାରିଖ ସୁଦ୍ଧା ଏହା ସେଣ୍ଟରମାନଙ୍କରେ ପହଞ୍ଚିସାରିଥିବ । ବର୍ତ୍ତମାନ ସମସ୍ତ କଲେଜରେ ଯୁକ୍ତ ଦୁଇ ପିଲାଙ୍କ ଇଣ୍ଟରନାଲ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ବର୍ଷ ଜାନୁଆରୀ ୨ରୁ ସମସ୍ତ କଲେଜରେ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ ।ସୂଚନାଯୋଗ୍ୟ ଯେ ଏଣିକି ବାର୍ଷିକ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରି ପରୀକ୍ଷା ଦେବାକୁ ପଡ଼ିବ। ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ୍‌ କରିବେ। ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାହାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ହେଲେ ଥିଓରି ମାର୍କ ସହ ମିଶ୍ରଣ କରାଯାଇ ପାସ୍‌ ବୋଲି ଗଣାଯିବ ନାହିଁ। ଉଦାହରଣ ସ୍ବରୂପ ଇଂରାଜୀ, ଇତିହାସ, ରାଜନୀତି ବିଜ୍ଞାନ ବିଷୟରେ ମୋଟ ୮୦ ମାର୍କର ପରୀକ୍ଷା ହେବ। ସେଥିରୁ ପରୀକ୍ଷାର୍ଥୀ ୨୪ ମାର୍କ ଅର୍ଥାତ୍‌ ୩୦% ମାର୍କ ରଖିଲେ ହିଁ ଉତ୍ତୀର୍ଣ୍ଣ ହେବେ। ଯଦି ଜଣେ ପରୀକ୍ଷାର୍ଥୀ ଇଣ୍ଟରନାଲ୍‌ ପରୀକ୍ଷାରେ ୨୦ରୁ ୧୮ ମାର୍କ ପାଇଥିବେ, ହେଲେ ଥିଓରି ପରୀକ୍ଷାରେ ୮୦ରୁ ୨୦ ମାର୍କ ରଖିବେ ତାହା ହେଲେ ତାଙ୍କୁ ଫେଲ୍‌ ବୋଲି ଘୋଷଣା କରାଯିବ। 

Leave A Reply

Your email address will not be published.

13 + 19 =