ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ

ଭୁବନେଶ୍ୱର (ରାଜ୍ୟକାହାଣୀ )ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ। ୮୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କେନ୍ଦ୍ର ସରକାରରେ ରେଳ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ । ସେ ଓଡ଼ିଶାରୁ ଜଣେ ସାଂସଦ ଭାବରେ ଭାରତର ସଂସଦର ଉପର ସଦନ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ । ସେ ପି. ଭି. ନରସିଂହ ରାଓଙ୍କ ସରକାରରେ ରେଳ ମନ୍ତ୍ରୀ ଏବଂ କୃଷି ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ଏହା ପୂର୍ବରୁ ସେ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।୧୯୯୫-୨୦୦୦ ମସିହା ଯାଏଁ ସେ ଚୌଦ୍ଵାର ବିଧାୟକ ଥିଲେ। ୧୯୮୮ରୁ ୯୪ ଯାଏଁ ରାଜ୍ୟସଭା ସାଂସଦ ଥିଲେ।

You might also like