୨ ଦିନ ବର୍ଷିବ, ଏହି ୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର(ରାଜ୍ୟକାହାଣୀ) ପୁରୁଣାବର୍ଷକୁ ବିଦାୟ ଦେବ ଝିପିଝିପି ବର୍ଷା ସହ କୋହଲା ପାଗ । ଆଜି ଓ ଆସନ୍ତାକାଲି ୨ ଦିନ ଧରି ଭିଜିପାରେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶା । ପଶ୍ଚିମା ଝଡ଼ ପ୍ରଭାବରେ ଆଜି ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ସୋନପୁର ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି। ସେହିପରି ୨୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ୩୦ ତାରିଖ ବେଳକୁ ରାଜ୍ୟରେ ରାତି ତାପମାତ୍ରା କମିବା ସହ ଶୀତ ବଢିବ। ନୂଆବର୍ଷ ବେଳକୁ ରାଜ୍ୟରେ ଶୀତ ପ୍ରକୋପ ଅଧିକ ହେବାର ସମ୍ଭାବନା ରହିଛି। ଆସନ୍ତା ୨ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି।  ତା ପରବର୍ତ୍ତୀ ୨ ଦିନ ଭିତରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ କମିପାରେ।  

Leave A Reply

Your email address will not be published.

20 − 4 =