ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ

ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ତିନି ଦିନିଆ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ। ଆସନ୍ତା ୮ରୁ ୧୦ ଯାଏ ଏହି ସମ୍ମିଳନୀ ଚାଲିବ।ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ। ବୁଦ୍ଧିଷ୍ଟ କରିଡ଼ର ହେଉ ବା ସ୍ପିରିଚୁଆଲ ଟୁରିଜିମ୍ ସବୁ କିଛି ବ୍ୟବସ୍ଥା ହୋଇଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।ପ୍ରବାସୀ ଭାରତୀୟଙ୍କୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ବୁଲାଇ ଦେଖାଯିବ। ଏଥିପାଇଁ ଓଡ଼ିଆ, ହିନ୍ଦୀ ଓ ଇଂରାଜୀ କହି ପାରୁଥିବା ଗାଇଡ୍‌ ରହିବେ। ଯେଉଁ ହୋଟେଲରେ ପ୍ରବାସୀ ଭାରତୀୟ ରହିବେ, ସେସବୁ ହୋଟେଲର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ସେଠାରୁ ବିଭିନ୍ନ ସ୍ଥାନକୁ କିଭଳି ଡବଲ ଡେକର ଗାଡ଼ିରେ ବୁଲିପାରିବେ ଅତିଥି, ତାହା ମଧ୍ୟ ସୁନିଶ୍ଚିତ କରାଯାଇଛି।ଅଢ଼େଇ ହଜାର ପ୍ରବାସୀ ଭାରତୀୟ ଓଡ଼ିଶା ଆସିବା ପାଇଁ ପଞ୍ଜିକରଣ କରି ସାରିଛନ୍ତି। ଆଉ କିଛି ପ୍ରବାସୀ ଭାରତୀୟ ଓଡ଼ିଆ ଲୋକଙ୍କ ଘରେ ହୋମ ଷ୍ଟେ’ ରେ ରହିବେ। ଓଡ଼ିଆ ଘରର ଖାଦ୍ୟ ଖାଇବେ। କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। 

Leave A Reply

Your email address will not be published.

fourteen − seven =