ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି

ଭୁବନେଶ୍ୱର (ରାଜ୍ୟକାହାଣୀ )ମଧ୍ୟପ୍ରାଚ୍ୟ ସଙ୍କଟ ଯୋଗୁଁ ଫସିଥିବା ଭାରତୀୟଙ୍କ ପାଇଁ ଖୁସି ଖବର। ଜେଦ୍ଦାହରୁ ରିଲିଫ୍ ବିମାନ ଚଳାଚଳ ଯୋଜନା କରିଛି ଇଣ୍ଡିଗୋ। ସେହିଭଳି ମସ୍କଟ୍ ରୁ ସେବା ପୁନର୍ବାର ଆରମ୍ଭ କରିଛି ଏୟାର ଇଣ୍ଡିଆ ଏକ୍ସପ୍ରେସ। ସୋମବାର ଭାରତ ସରକାର କହିଛନ୍ତି ଯେ, ମଧ୍ୟପ୍ରାଚ୍ୟରେ ଫସି ରହିଥିବା ଯାତ୍ରୀମାନଙ୍କୁ ଭାରତ ଫେରାଇ ଆଣିବା ପାଇଁ ଇଣ୍ଡିଗୋ ମାର୍ଚ୍ଚ ୩ରେ ଜେଦ୍ଦାହରୁ ୧୦ଟି ସ୍ୱତନ୍ତ୍ର ରିଲିଫ୍ ବିମାନ ପରିଚାଳନା କରିବ। ଅନ୍ୟପଟେ ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି ହୋଇଛି। ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ସର୍ଯ୍ୟବଂଶୀ ସୂରଜ ତାଙ୍କ ଏକ୍ସରେ ପୋଷ୍ଟ କରଛନ୍ତି। ଓଡ଼ିଶା ପରିବାର, ଗୃହ ବିଭାଗ ଓ ଶ୍ରମ ନିର୍ଦ୍ଦେଶାଳୟ ପକ୍ଷରୁ ବୈଠକ ପରେ ନଂ ଜାରି ହୋଇଛି। ଉକ୍ତ ନଂ, ହେଲା ବୈଦେଶିକ ମନ୍ତ୍ରାଳୟ-୮୦୦୪୬୩୪୨, ହ୍ବାଟ୍ସଆପ-୯୭୧୫୪୩୦୯୦୫୭୧| ଓଡ଼ିଶା ପରିବାର ସ୍ବତନ୍ତ୍ର ଅଧିକାରୀ-୯୫୮୩୩୨୧୯୬୪ଙ୍କୁ ସମ୍ପର୍କ କରିପାରିବେ କୁହାଯାଇଛି।

You might also like