ଭୁବନେଶ୍ୱର(ରାଜ୍ୟକାହାଣୀ) କାନ୍ଥରେ କଣା କରି ମୋବାଇଲ ଦୋକାନରୁ କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଫୋନ୍ ନେଇଗଲେ। ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରୁ ଆସିଛି ଏପରି ଅଭିଯୋଗ। ଚୋରି ପୂରା ଚିତ୍ର ସିସିଟିଭି କ୍ୟାମେରାରେ କଏଦ ହୋଇଛି |ଦୁଇ ଜଣ ବ୍ୟକ୍ତି ମୁହଁରେ ମାସ୍କ ଲଗାଇ କାନ୍ଥ ଭାଙ୍ଗିବା ପରେ ଏକ ଛୋଟିଆ ଛିଦ୍ର ଦେଇ ଦୋକାନ ଭିତରେ ପଶି ଦାମୀ ଦାମୀ ମୋବାଇଲ ଚୋରି କରି ନେଇଛି । ପୋଲିସ ସିସିଟିଭି ଫୁଟେଜ ଯାଞ୍ଚ କରିବା ପରେ ପୋଲିସର ତଦନ୍ତ ଆରମ୍ଭ ହୋଇଛି । ଗୋଟିଏ ବସ୍ତା ମୋବାଇଲ ରାସ୍ତା କଡରେ ଚୋର ଛାଡି ଦେଇଛି। ଅନ୍ୟ ସବୁ ମୋବାଇଲ ଏକ ଛୋଟିଆ ଜଙ୍ଗଲ ଭିତରେ ନେଇ ସମସ୍ତ ଖୋଳ ଫୋପାଡି ଦେଇ ଚୋର କେବଳ ମୋବାଇଲ ନେଇ ଫେରାର ହୋଇଯାଇଛି । ଆଜି ସକାଳେ ଚୋରି ସମ୍ପର୍କରେ ଜଣାପଡ଼ିବା ପରେ ଟାଉନ୍ ଥାନା ପୁଲିସ୍ ଓ ସାଇଣ୍ଟିଫିକ୍ ଟିମ୍ ମିଳିତ ଭାବେ ଘଟଣାର ତଦନ୍ତ ଚଳାଉଛନ୍ତି। ହେଲେ ଏ ପର୍ଯ୍ୟନ୍ତ ଚୋରଙ୍କ ସମ୍ପର୍କରେ ପୁଲିସ୍ କୌଣସି ତଥ୍ୟ ପାଇନାହିଁ। ଚୋରି ହୋଇଥିବା ମୋବାଇଲର ମୂଲ୍ୟ ଦେଢ଼ କୋଟିରୁ ଅଧିକ ଟଙ୍କା ହେବ।