ବିଶାଲ ଦାସଙ୍କୁ ଅଟକ, ଗଣତନ୍ତ୍ରର ହତ୍ୟା ଏବଂ ରାଜ୍ୟରେ ଡାର୍ଟି ପଲିଟିକ୍ସ ଚାଲିଛି ବୋଲି କହିଛନ୍ତି ଦୀପାଳି।

ଭୁବନେଶ୍ୱର(ରାଜ୍ୟକାହାଣୀ) ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ । ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ । ତେବେ ତାଙ୍କୁ କାହିଁକି ଅଟକ ରଖାଯାଇଛି, ସରେଇପାଲି ଥାନା ପୁଲିସର ପ୍ରତିକ୍ରିୟା ମିଳିନି।ସେପଟେ ଭାଇଙ୍କୁ ଅଟକ ରଖିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଭଉଣୀ ଦୀପାଳି ଦାସ । ଏହା ଗଣତନ୍ତ୍ରର ହତ୍ୟା ଏବଂ ରାଜ୍ୟରେ ଡାର୍ଟି ପଲିଟିକ୍ସ ଚାଲିଛି ବୋଲି କହିଛନ୍ତି ଦୀପାଳି।

Leave A Reply

Your email address will not be published.

18 + 15 =