ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜଧାନୀ ଭୁବନେଶ୍ୱରର ଏକାମ୍ର କାନନସ୍ଥିତ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ରରେ ଆୟୋଜିତ ବାର୍ଷିକ ପୁଷ୍ପ ପଦର୍ଶନୀ ଆଜି ସରିବ ନାହିଁ। ରାଜ୍ୟ ସରକାର ଏହି ପ୍ରଦର୍ଶନୀକୁ ଆହୁରି ଗୋଟିଏ ଦିନ ବଢ଼ାଇ ଦେଇଛନ୍ତି। ତେବେ ୧୧ ତାରିଖରେ ସରିବାକୁ ଥିବା ଏହି ପ୍ରଦର୍ଶନୀ ଗୋଟିଏ ଦିନ ବଢ଼ାଇ ୧୨ ତାରିଖରେ ଶେଷ କରିବାକୁ ନିଷ୍ପତ୍ତି ନିଆଯାଇଛି ।ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ଏକ ଦିନ ଅବଧି ବଢ଼ାଇଛନ୍ତି। ଏହି ପ୍ରଦର୍ଶନୀ ଗତ ୭ ତାରିଖ ଦିନ ଆରମ୍ଭ ହୋଇଥିଲା। ଏହା ୧୧ ତାରିଖରେ ସାରିବାକୁ ଥିଲା। ମାତ୍ର ଏଠାରେ ପ୍ରବଳ ଲୋକଙ୍କର ଭିଡ଼ ରହୁଛି ଏବଂ ଲୋକଙ୍କର ରୁଚିକୁ ଦୃଷ୍ଟିରେ ରଖି ଏହି ପଦର୍ଶନୀ ଏକ ଦିନ ବଢ଼ାଇ ୧୨ ତାରିଖରେ ଶେଷ କରିବାକୁ ନିଷ୍ପତ୍ତି ନିଆଯାଇଛି।