ଓଡିଶାକୁ ବଡ ଆଇଟି ହବରେ ପରିଣତ କରାଯିବ । 

ଭୁବନେଶ୍ୱର(ରାଜ୍ୟକାହାଣୀ)  କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ” ଓଡ଼ିଶାରେ IT ପ୍ରଫେସନାଲଙ୍କର ଅଭାବ ନାହିଁ । ଓଡ଼ିଶାକୁ ଆଗାମୀ ଦିନରେ ଏକ ବଡ଼ IT ହବ୍‌ କରିବା ଲକ୍ଷ୍ୟ ରଖାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ସଚିବଙ୍କ ସହ ଆଲୋଚନା ହୋଇଛି । ” ସେ ଆହୁରି କହିଛନ୍ତି  ବର୍ତ୍ତମାନ 4 ଶିକ୍ଷାନୁଷ୍ଠାନରେ ସେମି କଣ୍ଡକ୍ଟର ଶିକ୍ଷା ଆରମ୍ଭ ହୋଇଥିବା ବେଳେ ଆଉ ୫ଟି କଲେଜରେ ସେମି କଣ୍ଡକ୍ଟର ଶିକ୍ଷା ପାଇଁ ପ୍ରସ୍ତାବ ଦେଉଛି । ଓଡ଼ିଶାରେ ରେଳ ଭିତ୍ତିଭୂମି କ୍ଷେତ୍ରରେ ମଧ୍ୟ ବିକାଶ ଜାରି ରହିଛି । ବର୍ତ୍ତମାନ ୭୩ ହଜାର କୋଟି ଟଙ୍କାର ପ୍ରକଳ୍ପ ନିର୍ମାଣ ଚାଲିଥିବା କେନ୍ଦ୍ର ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.

four × five =