ଭୁବନେଶ୍ୱର(ରାଜ୍ୟକାହାଣୀ) ମକର ସଂକ୍ରାନ୍ତି ହେଉଛି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରିଥାନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହି ପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତର ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ୟ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ୟ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତି ପାଇଁ ଆଜି ଘରେ ଘରେ ପ୍ରସ୍ତୁତ ହେଉଛି ମକର ଚାଉଳ। ଲୋକମାନେ ଘରେ ମିଭିନ୍ନଏହି ମକର ଚାଉଳକୁ ଠାକୁରଙ୍କ ପାଖରେ ଭୋଗ ଲଗାଇବା ସହ ମନ୍ଦିର ମାନଙ୍କରେ ମଧ୍ୟ ସ୍ବତନ୍ତ୍ର ଆୟୋଜନ କରାଯାଉଛି । ମକର ସଂକ୍ରାନ୍ତି ସମୟରେ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆ ଫସଲ ଅମଳ ହୋଇଥାଏ । ତେଣୁ ଏହିଦିନ ନୂଆ ଧାନରୁ ପ୍ରସ୍ତୁତ ଅରୁଆ ଚାଉଳ, ଗୁଡ଼, ଛେନା, ନଡ଼ିଆ, କଦଳୀ, ଘିଅ, କ୍ଷୀର, ଗୋଲମରିଚ ଆଦି ମିଶାଇ ମକର ଚାଉଳ ପ୍ରସ୍ତୁତ ହୋଇଥାଏ।ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେବୀ ସଂକ୍ରାନ୍ତି ଏହି ତିଥିରେ ଶଙ୍କରାସୁରକୁ ବଧ କରିଥିଲେ ।
ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି । ଆଉ କେତେକ ସ୍ଥାନରେ ଏହି ଦିନ ଶିବଙ୍କୁ ପୂଜା କରାଯାଏ । କେତେକ ଏହି ଦିନ ଉଭୟ ଶିବ ଓ ସୂର୍ଯ୍ୟଙ୍କୁ ପୂଜା କରନ୍ତି ।