ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍‌ ରୋକିବାକୁ ୱାଟର ମାର୍କ ବ୍ୟବସ୍ଥା

ଭୁବନେଶ୍ୱର(ରାଜ୍ୟକାହାଣୀ) ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ବନ୍ଦ କରିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା କରାଯାଇଛି । ତେବେ ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ଏହି  ୱାଟର ମାର୍କ ରହିବ । ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାର ମୋବାଇଲ କ୍ୟାମେରା କିମ୍ବା ସ୍କାନର ଜରିଆରେ ଫଟୋ ଉଠାଇଲେ ସେହି ୱାଟର ମାର୍କ ଆସିଯିବ । ଦେଶରେ ପ୍ରଶ୍ନପତ୍ର ପ୍ରସ୍ତୁତ କରୁଥିବା ବିଭିନ୍ନ ଫାର୍ମ ଓ ଦେଶର ପ୍ରମୁଖ ପରୀକ୍ଷା ପରିଚାଳନା ବୋର୍ଡ ଅନୁଧ୍ୟାନ କରିବା ପରେ ଏହି ୱାଟର ମାର୍କ ବ୍ୟବସ୍ଥା କରିଛି ମାଧ୍ୟମିକ ଶିକ୍ଷା ପରିଷଦ । ବୋର୍ଡର ପରୀକ୍ଷା ପରିଚାଳନା କମିଟି ଏହି ୱାଟର ମାର୍କ ବ୍ୟବସ୍ଥାକୁ ଅନୁମତି ପ୍ରଦାନ କରିସାରିଛି । ରୀକ୍ଷାମୂଳକ ଭାବେ ଆସନ୍ତା ୧୭ ରେ ହେବାକୁ ଥିବା ଓଷ୍ଟେଟ ପରୀକ୍ଷା ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ଲଗାଯାଇଛି । ପ୍ରତ୍ୟେକ ପ୍ରଶ୍ନପତ୍ରର ସିରିଏଲ ନମ୍ବର ଏହି ୱାଟର ମାର୍କରେ ରହିବା ନେଇ ବ୍ୟବସ୍ଥା କରାଯାଇଛି । ତେଣୁ ପ୍ରଶ୍ନପତ୍ର ଯଦି ଭାଇରାଲ ହେଲା ତେବେ ତାହା କେଉଁ ସେଣ୍ଟରରୁ ଏବଂ କେଉଁ ପରୀକ୍ଷାର୍ଥୀଙ୍କର ତାହା ଜଣାପଡିବ। 

Leave A Reply

Your email address will not be published.

19 − seventeen =