ଏହି ଦିନଠୁ ଅଧିକ ବଢିବ ଥଣ୍ଡା:୨ରୁ ୩ଡିଗ୍ରୀ ହ୍ରାସ ହେବ ତାପମାତ୍ରା

ଶନିବାରଠାରୁ ରାଜ୍ୟରେ ଶୀତ ବଢ଼ିବ। ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବ। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୩ରୁ ୧୫ ଡିଗ୍ରୀ ପାଖାପାଖି ରହିବ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ବୁଧବାର ରାଜ୍ୟର କିଛି ସ୍ଥାନରେ ଅଧିକ କୁହୁଡ଼ି ଦେଖାଯାଇଛି । ଆଜି କଳାହାଣ୍ଡି, କନ୍ଧମାଳ ଏବଂ ଭଦ୍ରକରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି ।

ସେହିପରି ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯାଇଛି ।ଗୁରୁବାର ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର,ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ଅଧିକ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.

eight + 14 =