ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧ ହଜାର ଶହେ ଟଙ୍କା ପାରିଶ୍ରମିକ ଦିଆଯାଉଛି । ହେଲେ ଆଗକୁ ସେମାନଙ୍କୁ ମିଳିବ ୧୬ ହଜାର ଟଙ୍କା ଦରମା। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଏହି ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୧,୧୦୦ ଟଙ୍କାରୁ ବୃଦ୍ଧି ପାଇ ୧୬,୦୦୦ ଟଙ୍କା କରାଯାଇଛି। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭,୯୫୦ ଟଙ୍କା ପ୍ରଦାନ କରିବେ।