ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗର ପୂର୍ବାନୁମାନ ଏବଂ ସତର୍କ ସୂଚନା ଜାରି କରାଯାଇଛି।। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପାମତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । କେତେକ ଜିଲ୍ଲାରେ ତାପମାତ୍ରା କମିବା ସମ୍ଭାବନା ରହିଛି । ବିଶେଷକରି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିପାରେ । ଏହାସହ ଉତ୍ତରପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ପବନ ପ୍ରବାହିତ ହୋଇପାରେ । ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଶୀତ ପ୍ରକୋପ ଆହୁରି ବଢିଯିବ । ୧୦ ଡିଗ୍ରୀ ତଳକୁ ଖସିପାରେ ରାତି ତାପମାତ୍ରା ।ସେହିପରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।