ସ୍ମାର୍ଟ ମିଟର ବାଧ୍ୟତାମୂଳକ ଅଟେ : ଶକ୍ତି ମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ସ୍ମାର୍ଟ ମିଟରରେ ଅଧିକ ବିଲ୍ ଆସୁଥିବା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କେଭି ସିଙ୍ଗଦେଓ । ସେ କହିଛନ୍ତି, ଟେକ୍ନୋଲଜି ସହ ଯୋଡିହେବାକୁ ହେଲେ ସ୍ମାର୍ଟ ମିଟର ଲଗାଇବାକୁ ହିଁ ପଡିବ । ଏହା ଭାରତ ସରକାରଙ୍କ ଗାଇଡଲାଇନରେ ଅଛି ।ସାଧାରଣ ମିଟର ନେଇ ଟେଷ୍ଟ କରି ଦେଖାଇ ଦିଆଯିବ । ଏବେ ଯାଏଁ ଲୋକଙ୍କର ସୁଇଚ ବନ୍ଦ କରିବାର ଅଭ୍ୟାସ ଯାଇନି । ତେଣୁ ଆବଶ୍ୟକ ନଥିଲେ ଲୋକେ ସୁଇଚ ବନ୍ଦ କରନ୍ତୁ । ସ୍ମାର୍ଟ ମିଟରରେ ଅଧିକ ବିଲ୍ ଉଠୁନି । ତେଣୁ ସ୍ମାର୍ଟ ମିଟର ଲାଗିବା ବାଧ୍ୟତାମୂଳକ ବୋଲି କହିଛନ୍ତି ଶକ୍ତି ମନ୍ତ୍ରୀ  । ପୂର୍ବରୁ ସ୍ମାର୍ଟ ମିଟରରେ ଅଧିକ ବିଲ୍ ଉଠୁଛି ବୋଲି କେତେ ଜିଲ୍ଲା ରେ ବିବାଦ ଦେଖା ଦେଇଛି । କିନ୍ତୁ  ଏବେ ସ୍ମାର୍ଟ ମିଟର ବାଧ୍ୟତାମୂଳକ ବୋଲି ସଫା ସଫା କହିଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଓ ।

Leave A Reply

Your email address will not be published.

six + two =