ଭୁବନେଶ୍ୱର(ରାଜ୍ୟକାହାଣୀ) ନୟାଗଡ଼ ଜିଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ମିଳିଥିବାରୁ ଜିଓଲୋଜିକାଲି ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ଡ୍ରୋନ୍ ଜରିଆରେ ଖୋଜା ଅଭିଯାନ ଆରମ୍ଭ ହୋଇଛି। ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ବ୍ୟବହାର ହେଉଛି ନୂଆ ଟେକ୍ନୋଲୋଜି। ଏଆଇ କହିବ କେଉଁଠି ଅଛି କେଉଁ ଖଣି । ଡ୍ରୋନ୍ ମାଧ୍ୟମରେ ହେବ ଖଣିଜ ପଦାର୍ଥ ଖୋଜା। ସୁନ୍ଦରଗଡ଼ ଜିଲ୍ଲାରେ ଆରମ୍ଭ ହୋଇଛି ପାଇଲଟ୍ ପ୍ରକଳ୍ପ । କନ୍ଧମାଳ, ମାଲକାନଗିରି ଭଳି ଜିଲ୍ଲାରେ ଦୀର୍ଘ ବର୍ଷ ଧରି ବନ୍ଦ ଥିବା ଖଣିଜ ସର୍ଭେ ଜୋର୍ ଧରିବ। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ ଯେ, କଟକ ଜିଲାର ନାରାଜରେ ଜେଏସଡବ୍ଲ୍ୟୁ ଗ୍ରୁପ୍ ଏକ ଇଭି ଗାଡି ଏବଂ ଉପାଦାନ ଉତ୍ପାଦନ କାରଖାନା ସ୍ଥାପନ କରିବାକୁ ଯୋଜନା କରିଥିବାବେଳେ ଜଗତସିଂହପୁର ଜିଲାର ପାରାଦୀପରେ ଏକ ତମ୍ବା ସ୍ମେଲଟର ଏବଂ ଲିଥିୟମ୍ ରିଫାଇନାରୀ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଛି।