ଏଣିକି ପିଲାଙ୍କୁ ୬ ବର୍ଷ ହେଲେ ପ୍ରଥମ ଶ୍ରେଣୀରେ ଲେଖିଇପାରିବେ ନାମ

ଭୁବନେଶ୍ୱର(ରାଜ୍ୟକାହାଣୀ) ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ ବୟସ ହେଲେ ନାମଲେଖାଇବା ନିୟମକୁ ଦେଇ କୁ ସଂଶୋଧିତ କରିଛନ୍ତି।  ଆଗାମୀ ଶିକ୍ଷାବର୍ଷରେ ନାମ ଲେଖା ପାଇଁ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ରାଜ୍ୟ ସରକାର ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।ତେବେ ୨୦୨୪ ସେପ୍ଟେମ୍ବର ୧ ସୁଦ୍ଧା ପିଲାର ବୟସ ୬ ବର୍ଷ ହୋଇଥିବା ଜରୁରୀ ବୋଲି ବିଜ୍ଞପ୍ତିରେ କୁହାଯାଇଛି । ସେହିପରି ପ୍ରାରମ୍ଭିକ ସ୍କୁଲ ଶିକ୍ଷା ପାଇଁ ପ୍ରତି ବିଦ୍ୟାଳୟରେ ଶିଶୁ ବାଟିକା ଖୋଲାଯିବ । ଏହି ଶିଶୁ ବାଟିକା ପାଇଁ ପିଲାଙ୍କର ବୟସ ୫ରୁ ୬ ବର୍ଷ ମଧ୍ୟରେ ହେବା ଆବଶ୍ୟକ ।  ଯେଉଁଥିରେ ପିଲାମାନଙ୍କୁ ପ୍ରାରମ୍ଭିକ ଶିକ୍ଷା ନେଇ ସ୍ବଳ୍ପ ଖେଳ କୁଦ, ମାନସିକ ଭାବେ ପାଠ ପଢିବାକୁ ପ୍ରସ୍ତୁତ କରାଯିବ ।

Leave A Reply

Your email address will not be published.

fourteen − seven =