ଭୁବନେଶ୍ୱର(ରାଜ୍ୟକାହା) ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷା ବାହିନୀଙ୍କ ମିଳିତ ଅଭିଯାନ ଦ୍ୱାରା ୧୪ ମାଓବାଦୀ ନିହତ ହୋଇଛନ୍ତି। ଏହି ଅଭିଯାନରେ ଓଡିଶା ପୋଲିସର SOG ଯବାନଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ସମସ୍ତ ଯବାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ବିଭିନ୍ନ ଅପରେସନରେ ଯାଉଥିବା ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତାକୁ ୮ହଜାରରୁ ୨୫ ହଜାର ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରିଛନ୍ତି । ଯେଉଁଥିରେ ସେ ଓଡ଼ିଶା ପୁଲିସର ଏସଓଜି ଯବାନଙ୍କୁ ଖୁବ ପ୍ରଶଂସା କରିଛନ୍ତି ।