ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ଏକାଧିକ ପୁରୁଷ

ସୁଭଦ୍ରା ଯୋଜନାକୁ ନେଇ ଏକ ଚାଞ୍ଚଲ୍ୟକର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ମହିଳାଙ୍କ ପାଇଁ ହୋଇଥିବା ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ୧୫୭ ପୁରୁଷ । ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା । ବେଳେବେଳେ ପୁଅ ନାଁ ଓ ଝିଅ ନାଁ ଏକା ଭଳି ଥାଏ । ସେମାନେ ତ୍ରୃଟିରେ ଆବେଦନ କରିଦେଇଥିବେ କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି । ଇ-କେୱାଇସି ଯାଞ୍ଚବେଳେ ଏହି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଥିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।ସୂଚନାଯୋଗ୍ୟ, ଚଳିତ ମାସ ଶେଷ ସପ୍ତାହରେ ସୁଭଦ୍ରା ପ୍ରଥମ ପର୍ଯ୍ୟାୟର ୪ର୍ଥ କିସ୍ତି ମହିଳାମାନଙ୍କୁ ମିଳିବ । ପାଖାପାଖି ୨୦ ଲକ୍ଷ ମହିଳା ଏହାଦ୍ୱାରା ଉପକୃତ ହେବେ । ଯୋଜନାରୁ ବାହାରି ଯାଇଥିବା ବା ଅପ୍‌ଟ ଆଉଟ୍‌ ହୋଇଥିବା ଅଧିକାଂଶ ମହିଳାଙ୍କ ମଧ୍ୟରୁ ଅନେକ ଅପ୍‌ଟ ଇନ୍‌ କରିସାରିଲେଣି। ଶେଷ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ଯୋଜନା ପହଞ୍ଚାଇବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ବୋଲି ସେ କହିଛନ୍ତି।

Leave A Reply

Your email address will not be published.

twenty − one =