ରାଜ୍ୟ କ୍ୟାବିନେଟ୍‌ରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ, ଜାଣନ୍ତୁ କଣ କଣ??

ଭୁବନେଶ୍ୱର(ରାଜ୍ୟକାହା)  ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।ପ୍ରସ୍ତାନ ଅନୁସାରେ, ପ୍ରତି ଉଚ୍ଚ ବିଦ୍ୟାଳୟ ସ୍ମାର୍ଟ ହେବ ଆଦର୍ଶ ବିଦ୍ୟାଳୟରେ । ପ୍ରତି ପଞ୍ଚାୟତରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେବ । ୬ହଜାର ୭୯୪ ପଞ୍ଚାୟତରେ ବିଦ୍ୟାଳୟ ପ୍ରତିଷ୍ଠା ହେବ । ଏନେଇ ୪ରୁ ୫ କୋଟି ଖର୍ଚ୍ଚ ହେବ ।  ୪ବର୍ଷ ମଧ୍ୟରେ କାମ ସରିବ । ଷୋଡଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବା ନେଇ କ୍ୟାବିନେଟ୍‌ରେ ପ୍ରସ୍ତାବ ପାରିତ ହୋଇଛି । ଏହି ଅର୍ଥ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ । ନୂତନ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବେ ସରକାର। ଏଥିରେ ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦% ଛାଡ କରାଯିବ। ଏପରିକି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ଯ୍ୟନ୍ତ ରିହାତି ମିଳିବ । ସାଧାରଣ ବର୍ଗଙ୍କୁ ମଧ୍ୟ ୫୦% ପର୍ଯ୍ୟନ୍ତ ସବସିଡି ପ୍ରଦାନ କରାଯିବ। ଶୀତଳ ଭଣ୍ଡାର ପାଇଁ ପ୍ରଥମ ଦିନରୁ ବିଜୁଳି ବିଲ୍‌ରେ ରିହାତି ଦିଆଯିବ। ବନ୍ଦ ହୋଇଥିବା ଶୀତଳ ଭଣ୍ଡାର ପୁନଃରୁଦ୍ଧାର ପାଇଁ ସହଯୋଗ କରାଯିବ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ଆଗାମୀ ଫେବ୍ରୁଆରୀରେ ଷୋଡ଼ଶ ଅର୍ଥ କମିଶନ ଓଡ଼ିଶା ଆସିବେ । ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ରାଜ୍ୟ ପାଇଁ ୧୨ ଲକ୍ଷ ୫୬ ହଜାର ୧୪୮ କୋଟି ଦାବି କରାଯିବ। ଏହି ଅର୍ଥରାଶିକୁ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ । ସେହିପରି କ୍ୟାବିନେଟ୍‌ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସାମ୍ୱାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ । 

Leave A Reply

Your email address will not be published.

16 + 15 =