ଆଜିଠୁ ଓଡ଼ିଶାରେ ତାପମାତ୍ରା ବଢିବା ସହ ଶୀତର ପ୍ରକୋପ କମିବ । ସାରା ରାଜ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ପାରଦର ସ୍ତର ବଢିବା ସହ ଶୀତରୁ ସାମାନ୍ୟ ଅଶ୍ବସ୍ତି ମିଳିବ । ଥଣ୍ଡା କମିବା ସହ ଘନ କୁହୁଡି ରହିବ। ଦୁଇ ଦିନ ରାଜ୍ୟରେ ଘନ କୁହୁଡି ଦେଖାଯିବ ବୋଲି ଆକଳନ କରିଛି ବିଭାଗ। ଏଥିପାଇଁ ୪ ଜିଲ୍ଲାକୁ ଚେତବନୀ ଜାରି କରିଛି ପାଣିପାଗ କେନ୍ଦ୍ର । ଘନ କୁହୁଡି କାରଣରୁ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା । ସେପଟେ ଜିରୋ ଭିଜିବିଲିଟି ପରିସ୍ଥିତି ନେଇ ଘାଟି ଅଞ୍ଚଳରେ ଧିମା ଗତିରେ ଗାଡି ଚଳାଇବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଆଗାମୀ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ । ଏହାପରେ ପରବର୍ତ୍ତୀ ୨ ଦିନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ସେହିପରି ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନଥିବା ବେଳେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଏଥିପାଇଁ ୩ ଜିଲ୍ଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆଜି ଓ ଆସନ୍ତାକାଲି ଭୋର ସମୟରେ କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ ୨୪ ତାରିଖରେ ମଧ୍ୟ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଭଦ୍ରକରେ ମଧ୍ୟ ହାଲୁକା କୁହୁଡ଼ି ଦୃଶ୍ୟମାନ ହେବ ।