ବଡ ସୂଚନା ଦେଲେ ମନ୍ତ୍ରୀ । ଜାନୁଆରୀ ୩୧ ରେ ଇ କେୱାଇସି ଶେଷ ହେବ

ଭୁବନେଶ୍ୱର(ରାଜ୍ୟକାହାଣୀ ) ରାସନ କାର୍ଡକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ଜାନୁଆରୀ ୩୧ ତାରିଖରେ କେୱାଇସି ଶେଷ ହେବ । ତା ପୂର୍ବରୁ ଅଯୋଗ୍ୟ ହିତାଧିକାରୀ କାର୍ଡ ସରେଣ୍ଡର କରିବାକୁ ପୁଣି ଥରେ ଅପିଲ୍ କଲେ ମନ୍ତ୍ରୀ । ବୋଧେ ଭୟରେ କେୱାଇସି ପାଇଁ ଆସୁନାହାନ୍ତି । କିନ୍ତୁ ଶୀଘ୍ର ସରେଣ୍ଡର କଲେ ଭଲ । ଏଥିସହିତ ମନ୍ତ୍ରୀ ଏହା ବି ସୂଚନା ଦେଇଛନ୍ତି ଯେ, ଇ-କେଓ୍ବାଇସି ଯାଞ୍ଚ ଜାରି ରହିଥିବା ବେଳେ, ପ୍ରତି ବ୍ଲକରେ ୨୦୦ରୁ ୩୦୦ ଅଯୋଗ୍ୟ ହିତାଧିକାରୀ ବାହାରୁଛନ୍ତି । ଉକ୍ତ ଅଯୋଗ୍ୟ ହିତାଧିକାରୀମାନେ ଇ-କେୱାଇସି କରିବା ଆସୁ ନାହାଁନ୍ତି । ସେଥିରେ ଶିକ୍ଷକ, ଡାକ୍ତର, ଅଧ୍ୟାପକ ମଧ୍ୟ ରହିଛନ୍ତି । ସୁଚନା ଅନୁଯାୟୀ ଗରିବଙ୍କ ରାସନକାର୍ଡକୁ କବଜା କରି ବସିଥିବା ବଡ଼ ବଡ଼ିଆ ସରକାରୀ ଅଧିକାରୀଙ୍କୁ ପୁଣି ଥରେ ଚେତାବନୀ ଦେଇଥିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଅଯୋଗ୍ୟ ହିତାଧିକାରୀଙ୍କୁ ଆତ୍ମସମର୍ପଣ କରିବାକୁ ଆହ୍ୱାନ କରିଛନ୍ତି ମନ୍ତ୍ରୀ । ଯଦି ସରକାରଙ୍କୁ କାର୍ଡ ନ ଫେରାନ୍ତି ତାହା ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରୋକ୍ ଠୋକ୍ ଶୁଣାଇ ଥିଲେ ।

Leave A Reply

Your email address will not be published.

7 − 4 =