ଭୁବନେଶ୍ୱର(ରାଜ୍ୟକାହାଣୀ ) ଫେବୃଆରୀ ୨ରୁ ଅନଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ । ଫେବୃଆରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ୍ ଅନୁଷ୍ଠିତ ହେବ ।ଫେବୃଆରୀ ୬,୭.୮ରେ ହେବ ଅଫଲାଇନ୍ ଟିକେଟ ବିକ୍ରି ।କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାରତ-ଇଂଲଣ୍ଡ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚର ଏକ ଗ୍ୟାଲେରି ଟିକେଟ କିଣିଛନ୍ତି। ଟିକେଟର ମୂଲ୍ୟ ସେ ଡିଜିଟାଲ ମୋଡ୍ରେ ପ୍ରଦାନ କରିଛନ୍ତି। ଏହି ଅବସରରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା ଓ ଆପେକ୍ସ କାଉନ୍ସିଲ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।ସେହିଭଳି ବାରବାଟୀ ଷ୍ଟାଡିୟମ୍ରେ ସ୍ଥିତି ପରଖିଛନ୍ତି କଟକ ଡିସିପି । ଯେହେତୁ ଆସନ୍ତା ୨୮/୨୯ ତାରିଖରେ ଓସିଏ ଅନୁବନ୍ଧିତ କ୍ଲବ୍ ମାନଙ୍କୁ ଟିକେଟ୍ ଦିଆଯିବ ଏବଂ ୬ ଓ ୭ ତାରିଖରେ ସାଧାରଣ ଲୋକଙ୍କୁ ଟିକେଟ୍ ବିକ୍ରି ହେବ । ତେଣୁ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଉପରେ ଜୋର ଦେଇଛି ପୋଲିସ । ଖାସ୍କରି କେତୋଟି କାଉଣ୍ଟର ହେବ, ସେଥିରେ କେତେ ଟିକେଟ୍ ଉପଲବ୍ଧ ହେବ ଏବଂ ଭିଡ଼ ନିୟନ୍ତ୍ରଣ ପାଇଁ କି ପ୍ରକାରର ବ୍ୟବସ୍ଥା କରାଯିବ