ବିଶ୍ୱର ସୁଉଚ୍ଚ ବ୍ରିଜରେ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ

ବିଶ୍ଵର ସର୍ବୋଚ୍ଚ ରେଳ ପୋଲ ଚେନାବ ସେତୁ ଉପରେ ଗଡ଼ିଛି ବନ୍ଦେ ଭାରତ ଏକ୍ସପ୍ରେସ। ଶନିବାର ଭାରତୀୟ ରେଲୱେ ପକ୍ଷରୁ ଜାମ୍ମୁ-କାଶ୍ମୀରର ଚେନାବ ସେତୁ ଉପରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍‌ ବା ପରୀକ୍ଷାମୂଳକ ଚଳାଚଳ ଆରମ୍ଭ କରାଯାଇଛି। କଶ୍ମୀରର କଠିନ ପରିସ୍ଥିତି ଏବଂ ତୁଷାରପାତକୁ ବିଚାରକୁ ନେଇ ଏହି ଟ୍ରେନ୍‌କୁ ଅନେକ ସ୍ବତନ୍ତ୍ର ବୈଶିଷ୍ଟ୍ୟ ସହ ସଜାଯାଇଛି । ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ଏପରି ଭାବରେ ଡିଜାଇନ କରାଯାଇଛି ଯେ ୧୦ ଡିଗ୍ରୀ ସେଲସିୟସରେ ମଧ୍ୟ ଏହାର ଚଳାଚଳରେ କୌଣସି ଅସୁବିଧା ହେବ ନାହିଁ । ଏଥିପାଇଁ ଡ୍ରାଇଭର କୋଚ୍‌ରେ ଡ୍ରାଇଭର ସିଟ୍‌ ପୂର୍ବାପେକ୍ଷା ଅଧିକ ଆରାମଦାୟକ ହୋଇଛି । ଏହା ବ୍ୟତୀତ ଇଞ୍ଜିନର ୱିଣ୍ଡଶିଲ୍ଡ  ଉପରେ ମଧ୍ୟ ଅନେକ କାମ କରାଯାଇଛି । ଏହି ୱିଣ୍ଡିଶିଲ୍ଡ ତିନୋଟି ସ୍ତରରେ ନିର୍ମାଣ କରାଯାଇଥିବା ବେଳେ ଏହା ଭିତରେ ଏକ ସ୍ତର ଅଛି ଯାହା ସବୁବେଳେ ଗ୍ଲାସ୍‌କୁ ଗରମ ରଖିବ । ଉତ୍ତାପ ହେତୁ ଏହାକୁ ଡିଫ୍ରଷ୍ଟ କରିବା ସହଜ ହେବ। ଏହି ସେତୁ ଚେନାବ ନଦୀ ଉପରେ ନିର୍ମାଣ କରାଯାଇଛି। ଭୂପୃଷ୍ଠରୁ ଏହା ୧୧୭୮ ଫୁଟ ଉଚ୍ଚତାରେ ରହିଛି। ବିଶ୍ଵର ଏହା ଉଚ୍ଚତମ ରେଳ ସେତୁ। ଏହି ସେତୁରେ ଟ୍ରେନ ଚଳାଚଳ ହେବା ଫଳରେ ଏଣିକି ଜାମ୍ମୁରୁ ଶ୍ରୀନଗର ପହଞ୍ଚିବାକୁ ମାତ୍ର ସା​‌ଢ଼େ ୩ ଘଣ୍ଟା ସମୟ ଲାଗିବ।

Leave A Reply

Your email address will not be published.

13 − seven =