ରାଜ୍ୟରେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୪.୦ ଡିଗ୍ରୀ ସେଲସିୟସ୍ ଏବଂ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୮.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ମଧ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ। ପଶ୍ଚିମାଝଡ଼ ଅପସାରଣ ପରେ ବଙ୍ଗୋପସାଗର ପଟୁ ରାଜ୍ୟ ଭିତରକୁ ଉତ୍ତରପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବୃଦ୍ଧି ପାଇଛି । ଏହାଦ୍ବାରା ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ହ୍ରାସ ଘଟିଛି । ଫଳରେ ଅନେକ ସ୍ଥାନରେ ଶୀତ ବଢିଛି । ଶୀତ ସାଙ୍ଗକୁ କୁହୁଡ଼ି ହେଉଛି । ଆସନ୍ତା ୨ଦିନ ଯାଏ ରାଜ୍ୟର ଅଧିକାଂଶ ଅଞ୍ଚଳରେ କୁହୁଡ଼ି ଦେଖାଯିବ।
କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡିକରେ ଦିନର ତାପମାତ୍ରା ୩୫ ଡିଗ୍ରୀ ଛୁଇଁପାରେ ।