ମହାକୁମ୍ଭ ଦଳାଚକଟା ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ପ୍ରୟାଗରାଜର ମହାକୁମ୍ଭରେ ମୌନୀ ଅମାବାସ୍ୟା ଅବସରରେ କୋଟି କୋଟି ଶ୍ରଦ୍ଧାଳୁ ସ୍ନାନ କରିବାକୁ ପହଞ୍ଚିଛନ୍ତି । ଶ୍ରଦ୍ଧାଳୁଙ୍କ ଭିଡ଼ ଯୋଗୁଁ ଦଳାଚକଟା ହେବା ପରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦଳାଚକଟା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଏହି ଘଟଣାରେ ଭକ୍ତମାନେ ନିଜ ପରିବାରର ସଦସ୍ୟଙ୍କୁ ହରାଇଛନ୍ତି। ତାଙ୍କ ପ୍ରତି ମୋର ଗଭୀର ସମବେଦନା। ଏହା ସହିତ ମୁଁ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ସ୍ଥାନୀୟ ପ୍ରଶାସନ ପୀଡିତଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇବାରେ ନିୟୋଜିତ ଅଛନ୍ତି। ଏହି ସମ୍ପର୍କରେ ମୁଁ ମୁଖ୍ୟମନ୍ତ୍ରୀ ଯୋଗୀ ଜୀଙ୍କ ସହ କଥା ହୋଇଛି ଏବଂ ମୁଁ ନିରନ୍ତର ରାଜ୍ୟ ସରକାରଙ୍କ ସହିତ ଯୋଗାଯୋଗରେ ଅଛି।ସୂଚନାଯୋଗ୍ୟ, ପ୍ରୟାଗରାଜରେ ଅନୁଷ୍ଠିତ କୁମ୍ଭମେଳାରେ ଦଳାଚକଟାରେ ୧୦ ରୁ ଅଧିକ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୫୦ରୁ ଅଧିକ ଆହତ ହୋଇଥିବା ଜଣାପଡ଼ିଛି । ବୁଧବାର ମୌନୀ ଅମାବାସ୍ୟାରେ ଶାହି ସ୍ନାନ ହେବାର ଥିଲା । ବ୍ରହ୍ମ ମୁହୂର୍ତ୍ତରେ ଭକ୍ତ ଓ ଅଖାଡା ସଦସ୍ୟମାନେ ସ୍ନାନ ପାଇଁ ଯିବା ସମୟରେ ଦଳାଚକଟା ହୋଇଥିଲା । ଅମୃତ ସ୍ନାନ ପାଇଁ ସଙ୍ଗମ ସ୍ଥଳରେ ହଠାତ୍ ଗହଳି ବଢ଼ିଯାଇଥିଲା । ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ମେଳା ପଡ଼ିଆରେ ଥିବା ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।ଅଧିକ ଗୁରୁତ୍ବପୂର୍ଣ୍ଣ ଖବର ପଢିବା ପାଇଁ ଆମକୁ ଏବେ ଫୋଲୋ (Follow) କରନ୍ତୁ । ଅନ୍ୟଙ୍କୁ ସେୟାର କରନ୍ତୁ ।

Leave A Reply

Your email address will not be published.

17 − 15 =