ଆସନ୍ତାକାଲି ଠାରୁ ଖରା ହେବ ।  ଏହାସହ ସବୁଠି ପାରଦ ବଢ଼ିବ । 

ଭୁବନେଶ୍ଵର ( ରାଜ୍ୟ କାହାଣୀ) ହଠାତ୍ କୁଆଡ଼େ ଗାଏବ ହୋଇଗଲା ଶୀତ। ଜାନୁଆରୀ ମାସରେ ଶୀତର ପ୍ରକୋପ ଅଧିକ ରହୁଥିବା ବେଳେ, ଚଳିତ ବର୍ଷ କିନ୍ତୁ ଶୀତ ବଦଳରେ ଗରମ ବଢ଼ୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ରାଜ୍ୟରେ ଏବେ ସବୁଆଡ଼େ ଗରମର ଅନୁଭୂତି ହେବ। ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।  ଆଗାମୀ ୪ ରୁ ୫ ଦିନ ଯାଏଁ ଦିନ ଏବଂ ରାତ୍ରି ତାପମାତ୍ରା ଅଧିକା ରହିବ । ଆଜି ରାଜ୍ୟର ଅଧିକାଂଶ ସହରରେ ତାପମାତ୍ରା ବଢିଛି । ସେପଟେ ତାପମାତ୍ରା ବୃଦ୍ଧି ସହ ଆସନ୍ତା ୪୮ ଘଣ୍ଟା ଯାଏ ଅସ୍ତବ୍ୟସ୍ତ କରିବ ଘନ କୁହୁଡି । ଆଗାମୀ ୫ରୁ ୭ ଦିନ ଯାଏଁ ପାଗ ମୁଖ୍ୟତ ଶୁଖିଲା ରହିବା ସହ ରାତ୍ରି ତାପମାତ୍ରାରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିବନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରାରେ ବୃଦ୍ଧି ଦେଖିବାକୁ ମିଳିଥିବା ବେଳେ ଉପକୂଳ ଓଡିଶାରେ ତାପମାତ୍ରା ରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନାହିଁ। ୪୮ ଘଣ୍ଟା ପାଇଁ ଘନ କୁହୁଡ଼ିର ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୨୪ ଜିଲ୍ଲାରେ ଘନ କୁହୁଡ଼ିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର ଦେଓଗଡ ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ସତର୍କ କରାଇଛି ବିଭାଗ । ସେହିପରି ଆସନ୍ତାକାଲି ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା, ଅନୁଗୁଳ, ଜଗତସିଂହପୁର,କେନ୍ଦୁଝର ଓ ମୟୁରଭଞ୍ଜ ଏହି ୧୧ ଜିଲ୍ଲାକୁ  ଘନ କୁହୁଡି  ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.

nineteen − 12 =