ମେ ୧ରୁ ଭିତରକନିକା ବନ୍ଦ ରହିବ 

ରାଜ୍ୟ କାହାଣୀ (ଭୁବନେଶ୍ଵର)ମେ ୧ରୁ ଭିତରକନିକା ବନ୍ଦ ରହିବ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହୋଇଥାନ୍ତି । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୩ ମାସ ପାଇଁ ଭିତରକନିକା ବନ୍ଦ ରଖାଯିବ  ।ସାଧାରଣତଃ ଶୀତକାଳରେ ଭିତରକନିକାରେ ହଜାର ହଜାର ପର୍ଯ୍ୟଟକ ଭିଡ଼ ହୁଏ । ବିଶେଷକରି ବଉଳ କୁମ୍ଭୀର ଦେଖିବା ଓ ମ୍ୟାଙ୍ଗ୍ରୋଭ ଜଙ୍ଗଲର ସୌନ୍ଦର୍ଯ୍ୟ ଉପଭୋଗ ପାଇଁ ଏଠାକୁ ଲୋକେ ଭିଡ଼ କରନ୍ତି। କିନ୍ତୁ ଏବେ ପ୍ରକୃତି ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ଏହି ସ୍ଥଳ କିଛି ଦିନ ପାଇଁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ । 

You might also like