ଆଜିଠୁ ପାଗରେ ଆସିବ ପରିବର୍ତ୍ତନ । କାଳବୈଶାଖୀ ବର୍ଷା ସମ୍ଭାବନା
ରାଜ୍ୟ କାହାଣୀ (ଭୁବନେଶ୍ଵର)ଆଜିଠୁ ପାଗରେ ଆସିବ ପରିବର୍ତ୍ତନ । କାଳବୈଶାଖୀ ଆଣିବ ଆଶ୍ବସ୍ତି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ମେ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ।୨୯ ତାରିଖରେ ଏକ ଟ୍ରପ ଲାଇନ ଯୋଗୁ ବର୍ଷାର ପରିମାଣ ଅଧିକ ରହିବ । ଏଥିସହ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ପର୍ଯ୍ୟନ୍ତ ରହିବା ସମ୍ଭାବନା ରହିଛି । ଫଳରେ ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଆଜି ପାଇଁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଆଦି ୨୦ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୧୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।