ବୃଦ୍ଧ ଓ ଅସହାୟଙ୍କୁ ଘରେ ଦିଆଯିବ ଭତ୍ତା ଟଙ୍କା
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ବର୍ତ୍ତମାନ ଚାଲୁଥିବା ତୀବ୍ର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମଧୁ ବାବୁ ପେନ୍ସନ୍ ଯୋଜନା (MBPY) ଅଧୀନରେ ଭତ୍ତା ବଣ୍ଟନ ପ୍ରକ୍ରିୟାକୁ ନେଇ ଓଡ଼ିଶା ସରକାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି।ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରତିମାସ ୧୫ ତାରିଖରେ ହେଉଥିବା ଭତ୍ତା ବଣ୍ଟନ ସମୟରେ ଲୋକମାନଙ୍କ ଉପରେ ଅଂଶୁଘାତ, ଡିହାଇଡ୍ରେସନ୍, ହିଟ୍ ଏକ୍ସହଷ୍ଟିଅନର ଶିକାର ହେବା ଆଶଙ୍କା ରହିଛି। ଏହିପରି ପରିସ୍ଥିତିରେ ସମସ୍ତ ଜିଲ୍ଲା ପ୍ରଶାସନକୁ ବଣ୍ଟନ କେନ୍ଦ୍ରରେ ପିଇବା ପାଣି, ORS ପ୍ୟାକେଟ ଓ ପ୍ରାଥମିକ ଚିକିତ୍ସା ସୁବିଧା ଯୋଗାଇବାକୁ କୁହାଯାଇଛି।ସେଥିସହିତ ବୃଦ୍ଧ, ଭିନ୍ନକ୍ଷମ, ଅସୁସ୍ଥ ଓ ଅସହାୟ ହିତାଧିକାରୀଙ୍କ ପାଇଁ ଘରେ ଘରେ ଭତ୍ତା ପହଞ୍ଚାଇବାକୁ ବିଶେଷ ଭାବେ ନିର୍ଦ୍ଦେଶ ଦିଆଯାଇଛି।