ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣା-ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର

ରାଜ୍ୟ କାହାଣୀ (ଭୁବନେଶ୍ୱର )ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର । ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ । କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବାଲେଶ୍ୱର ଓ ଗଞ୍ଜାମ ଜିଲ୍ଲାର ଅଫିସର ମାନେ ଛୁଟିରେ ଗଲେ । ଏନେଇ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଶିବ ଟପ୍ପୋ ।ପୁରୀରେ ଓଏଏସ ସଂଘର ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏନେଇ ସଂଘ ଗୋଟିଏ ଦିନ ସମୟ ଦେଇଛି। ଆସନ୍ତାକାଲି (ବୁଧବାର) ସୁଦ୍ଧା କାର୍ଯ୍ୟାନୁଷ୍ଠାନ ନହେଲେ ସବୁ ଅଫିସର ସମୂହ ଛୁଟିରେ ଯିବେ ବୋଲି ସଂଘ କହିଛି। ରଥଯାତ୍ରାରେ କାମ ବନ୍ଦ ନିଷ୍ପତ୍ତିକୁ ଅଧିକାଂଶ ଅଫିସର ଗ୍ରହଣ କଲେନି। ଏଣୁ ଗୋଟିଏ ଦିନ ସମୟ ଦେବାକୁ ସାମୂହିକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ବିଏମସି କାର୍ଯ୍ୟାଳୟରେ ଚାରି ରୁ ଛଅ ଜଣ ଯୁବକ ମରାଣାତ୍ମକ ଆକ୍ରମଣ ହୋଇଛି । ସାପ୍ତାହିକ ଜନଶୁଣାଣି ସମୟରେ କିଛି ବ୍ୟକ୍ତି ତାଙ୍କ କାର୍ଯ୍ୟାଳୟକୁ ପଶି ତାଙ୍କୁ ଗାଳିଗୁଳଜ କରିବା ସହ ଘୋଷାଡ଼ି ବାହାରକୁ ଆଣି ମାଡ଼ ସହ ଗୋଇଠା ମାଡ ମଧ୍ୟ ମାରିଥିଲେ । ଯାହାର ଭିଡିଓ ଭାଇରାଲ ହୋଇଥିଲା ।

ଏହି ଘଟଣା ସମ୍ପର୍କରେ ଅଫିସର ରତ୍ନାକର ଖାରବେଳ ନଗର ଥାନାରେ ଏକ ଏଫଆଇଆର ଦେଇଛନ୍ତି । ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତିନିଜଣ ଅଭିଯୁକ୍ତ, ଜୀବନ ରାଉତ, ରଶ୍ମି ରଞ୍ଜନ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଗିରଫ କରିଛି । ଆଜି ଏହି ଘଟଣାରେ ବିଜେପି ରାଜ୍ୟ ସଭାପତି ୫ଜଣଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି ।

You might also like