୧୫ IPS ଅଫିସରଙ୍କୁ ୧୭ଟି ଜିଲ୍ଲାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ । ଅପରାଧ ପ୍ରବଣ ଚିହ୍ନଟ ହୋଇଥିବା ୧୭ଟି ଜିଲ୍ଲା ଜଗିବେ୧୫ଆଇପିଏସ ଅଫିସର ।ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର , ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନଗୋଳ, ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ବଲପୁର , ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର, ଏଡିଜି ଯତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ. ସାଇନିଙ୍କୁ ବଲାଙ୍ଗୀର , ଆଇଜି ଏସ.ପ୍ରବୀଣ କୁମାରଙ୍କୁ କନ୍ଧମାଳ ଜିଲା ଦାୟିତ୍ୱ ମିଳିଛି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲା ଦାୟିତ୍ୱ ଦିଆଯାଇଛି। ସ୍ପେଶାଲ ଅପରେଶନ ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଦାୟିତ୍ୱ ମିଳିଛି। ସେହିପରି ଅନ୍ୟ ୧୩ ଆଇପିଏସ ଅଫିସରଙ୍କୁ ଗୋଟିଏ ଲେଖାଏ ଜିଲା ନିରୀକ୍ଷଣ ଦାୟିତ୍ୱ ଦିଆଯାଇଛି। ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି, ଅନୁପ ସାହୁ ପୁରୀ, ଅବିନାଶ କୁମାର ମୟୂରଭଞ୍ଜ ଓ ସାର୍ଥକ ଷଡ଼ଙ୍ଗୀ କେନ୍ଦ୍ରାପଡ଼ା, ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ ଜିଲା ଦାୟିତ୍ୱ ଦିଆଯାଇଛି। ଆସନ୍ତା ଜୁଲାଇରୁ ସମୀକ୍ଷା ଓ ଯାଞ୍ଚ ପାଇଁ ଆଇପିଏସ ଅଫିସରଙ୍କୁ ନିର୍ଦ୍ଦେଶ ହୋଇଛି। ନିରୀକ୍ଷଣ ଶେଷର ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ବାଧ୍ୟତାମୂଳକ ବୋଲି କୁହାଯାଇଛି।