ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ମହାମହିମ । ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ଆସନ୍ତାକାଲି ଆସିବେ ପ୍ରଧାନମନ୍ତ୍ରୀ । ପ୍ରଥମଥର ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକାସାଙ୍ଗରେ ମୟୂରଭଞ୍ଜ ମାଟିରେ ପାଦ ଦେବେ । ରାଷ୍ଟ୍ରପତିଙ୍କ ଜନ୍ମଦିନ ଅବସରରେ ନିମନ୍ତ୍ରଣ ରକ୍ଷାକରି ପ୍ରଧାନମନ୍ତ୍ରୀ ୨୦ ତାରିଖରେ ରାଷ୍ଟ୍ରପତିଙ୍କ ଗାଆଁ ପାହାଡ଼ପୁରକୁ ଆସୁଛନ୍ତି ।ଅନ୍ୟପକ୍ଷରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦେଖି ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହୋଇଛି । ବ୍ଲୁ-ବୁକ୍ ଗାଇଡଲାଇନ ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି । ୧୫୦ରୁ ଅଧିକ ପ୍ଲାଟୁନ ପୋଲିସ ଫୋର୍ସ ଓ ୫୦୦ରୁ ଅଧିକ ଅଧିକାରୀଙ୍କୁ ମୁତୟନ କରାଯାଇଛି । CAPF, NSG ଏବଂ SPGର ସ୍ୱତନ୍ତ୍ର ଟିମ୍ ମଧ୍ୟ ସୁରକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି । ଭିଡ଼ ନିୟନ୍ତ୍ରଣ ଓ ଜନତାଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର କ୍ରାଉଡ୍ ମ୍ୟାନେଜମେଣ୍ଟ ପ୍ଲାନ୍ ପ୍ରସ୍ତୁତ ହୋଇଛି । ହେଲିପ୍ୟାଡ୍, ରୁଟ୍ ଲାଇନିଂ ଏବଂ ଟ୍ରାଫିକ ପରିଚାଳନା ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି ।

You might also like