ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି : ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡିରେ ଆଖି ବୁଜିଲେ ଆଉ ଦୁଇ ଜଣ ଓଡ଼ିଆ। କେନ୍ଦୁଝର ଜିଲ୍ଲାର ସଜନୀ ଜୁଆଙ୍ଗଙ୍କର ମୃତ୍ୟୁ ହୋଇଛି। ଆଜି ସକାଳୁ ଜାମୁନି ଜୁଆଙ୍ଗଙ୍କର ବି ମୃତ୍ୟୁ ହୋଇଥିଲା । ଏହାସହ ଗ୍ୟାସ୍ ଟ୍ରାଜେଡି ଘଟଣାରେ ଓଡ଼ିଆଙ୍କ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି। ଏମୋନିଆ ଗ୍ୟାସ୍ ଲିକ୍ ଯୋଗୁଁଁ ଓଡିଆ ଶ୍ରମିକ ମୃତାହତ ହୋଇଛନ୍ତି। ଆଜି ସନ୍ଧ୍ୟାରେ ମୃତଦେହ ଭୁବନେଶ୍ୱର ପହଞ୍ଚିବା ନେଇ ସୂଚନା ମିଳିଛି।ଅନ୍ୟପଟେ ଏହି ଗ୍ୟାସ୍ ଟ୍ରାଜେଡି ଘଟଣାରେ ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତ ଓଡିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ସିଏମଆରଏଫରୁ ଘୋଷଣା ହୋଇଥିବା ୪ ଲକ୍ଷର ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କରାଗଲା।ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରମ ବିଭାଗ ଓ ତାମିଲନାଡୁ ପ୍ରଶାସନ ସହ ନିରନ୍ତର ସମନ୍ୱୟ ରଖାଯାଉଛି ।ମୃତ ଶ୍ରମିକମାନଙ୍କ ପରିଚୟ ସୁନିଶ୍ଚିତ କରାଯାଇଛି ଏବଂ ମୃତଦେହଗୁଡ଼ିକର ବ୍ୟବଛେଦ ପ୍ରକ୍ରିୟା ଶେଷ ହେବା ପରେ ସମ୍ମାନର ସହିତ ସେମାନଙ୍କ ଗାଁକୁ ପଠାଇବା ପାଇଁ ବ୍ୟବସ୍ଥା କରାଯାଉଛି । ଆହତ ଶ୍ରମିକମାନଙ୍କ ଚିକିତ୍ସା ଉପରେ ସରକାର ନଜର ରଖିଛନ୍ତି ଏବଂ ଆବଶ୍ୟକ ସମସ୍ତ ସହାୟତା ଯୋଗାଇ ଦିଆଯାଉଛି । ପୀଡ଼ିତ ପରିବାରମାନଙ୍କୁ ସରକାରୀ ସହାୟତା ଏବଂ ନିୟମାନୁସାରେ କ୍ଷତିପୂରଣ ପ୍ରଦାନ ପାଇଁ ପଦକ୍ଷେପ ନିଆଯାଇଛି ।

You might also like