ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସୁଜାତା । ସମସ୍ତ ବିଧାୟକ, ସାଂସଦ ଓ ନେତାମନ୍ତ୍ରୀ ଥିଲେ ଉପସ୍ଥିତ । ଆନୁଷ୍ଠାନିକ ଭାବେ ସୁଜାତାଙ୍କ ନାଁ ଘୋଷଣା କରିଛନ୍ତି ନବୀନ । ସୂଚନାମୁତାବକ ପ୍ରଶାସକ ଭାବେ ସଫଳ ଛାପ ଛାଡ଼ିଛନ୍ତି ସୁଜାତା। ୨୦୦୦ ମସିହା ବ୍ୟାଚର IAS ଅଫିସର ହେଉଛନ୍ତି ସୁଜାତା କାର୍ତ୍ତିକେୟନ। ସୁନ୍ଦରଗଡ଼ରେ ଜିଲ୍ଲାପାଳ ଥିବାବେଳେ ଛାତ୍ରୀଙ୍କ ପାଇଁ ସାଇକେଲ ଯୋଜନା ଆରମ୍ଭ କରିଥିଲେ । ମଧ୍ୟାହ୍ନ ଭୋଜନରେ ଅଣ୍ଡା ଅନ୍ତର୍ଭୁକ୍ତ କରିବାକୁ ପଦକ୍ଷେପ ନେଇଥିଲେ । ଫୁଟବଲ୍ ଏବଂ ହକିକୁ ପ୍ରୋତ୍ସାହନ ଦେବାକୁ ଅନେକ ପଦକ୍ଷେପ ନେଇଥିଲେ । କଟକ ଜିଲ୍ଲାର ପ୍ରଥମ ମହିଳା ଜିଲ୍ଲାପାଳ ଭାବେ ଯୋଗ ଦେଇଥିଲେ ସୁଜାତା । ମିଶନ ଶକ୍ତି ବିଭାଗର ସଚିବ ଭାବେ ମହିଳା ସଶକ୍ତି କରଣ ଦିଗରେ ଅନେକ କାମ କରିଛନ୍ତି ।