ବନ୍ୟାକୁ ନେଇ ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ସମୀକ୍ଷା କଲେ ଅନୁ ଗର୍ଗ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଆଜି ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ସମସ୍ତ ଜିଲ୍ଲାପାଳଙ୍କ ସହ ଏକ ଜରୁରୀ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି । ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ଏବଂ ଏହା ବିପଦ ସଙ୍କେତ ଆଡକୁ ଗତି କରୁଥିବାରୁ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।ସୂଚନା ଅନୁଯାୟୀ, ରାଜ୍ୟର ୬ଟି ଜିଲ୍ଲାରେ ବନ୍ୟା ଯୋଗୁଁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨.୦୩ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି।ବନ୍ୟା ପ୍ରଭାବିତ ତଳିଆ ଅଞ୍ଚଳରୁ ବହୁସଂଖ୍ୟାରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ସ୍ଥାନାନ୍ତରିତ ହୋଇ ଆଶ୍ରୟସ୍ଥଳୀରେ ରହିଥିବା ଲୋକମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ଏବଂ ଜରୁରୀ ସାମଗ୍ରୀ ଯୋଗାଇ ଦିଆଯାଉଛି । ଯେକୌଣସି ପ୍ରକାରର ଜରୁରୀ ପରିସ୍ଥିତି କିମ୍ବା ସମସ୍ୟାର ସମାଧାନ ପାଇଁ ତୁରନ୍ତ ଜିଲ୍ଲା ସ୍ତରୀୟ କଣ୍ଟ୍ରୋଲ ରୁମ ସହ ଯୋଗାଯୋଗ କରିବାକୁ ମୁଖ୍ୟ ଶାସନ ସଚିବ ଜନସାଧାରଣ ଓ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ।

You might also like