ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ !ଆସନ୍ତାକାଲି ନେଇପାରେ ଲଘୁଚାପର ରୂପ
ଭୁବନେଶ୍ୱର (ରାଜ୍ୟ କାହାଣୀ )ପାଣିପାଗ ବିଭାଗର ଆକଳନ ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ଏହି ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ୧୪-୧୫ ତାରିଖ ବେଳକୁ ବର୍ଷା ପ୍ରଭାବ ଉତ୍ତର ଓଡ଼ିଶାରେ ବେଶି ରହିବ। ଉତ୍ତର ଓଡ଼ିଶା ପରେ ପଶ୍ଚିମ ଓଡ଼ିଶା ଏବଂ ମହାନଦୀ ଉପରମୁଣ୍ଡ ଛତିଶଗଡ଼ରେ ବି ପ୍ରବଳ ବର୍ଷା ହୋଇପାରେ।ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ମଙ୍ଗଳବାର ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ହୋଇପାରେ। ବାଲେଶ୍ଵର,ଭଦ୍ରକ,ଯାଜପୁର,କେନ୍ଦ୍ରାପଡ଼ା, ଜଗତସିଂହପୁର,କଟକ,ସୁନ୍ଦରଗଡ଼,ଝାରସୁଗୁଡ଼ା, ବରଗଡ଼,ସମ୍ବଲପୁର,ଦେବଗଡ଼,ଅନୁଗୋଳ, ଢେଙ୍କାନାଳ,କେନ୍ଦୁଝର,ମୟୂରଭଞ୍ଜ, କୋରାପୁଟ,ମାଲକାନଗିରି,ଗଜପତି,ଗଞ୍ଜାମ,ପୁରୀ,ଖୋର୍ଦ୍ଧା,ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ଆଶଙ୍କା ରହିଛି।