ବଢିଲା ଚାମେଲିଙ୍କ ଅଡୁଆ: ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ଜାରି ରହିବ
ଭୁବନେଶ୍ୱର (ରାଜ୍ୟ କାହାଣୀ )କେନ୍ଦ୍ରାପଡା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ । ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇ କହିଛନ୍ତି, ନିର୍ବାଚନ ପ୍ରକ୍ରିୟା ଜାରି ରହିବ ।ଅନାସ୍ଥା ପ୍ରସ୍ତାବ ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଚାମେଲି ।ଚାମେଲିଙ୍କ ବିରୋଧରେ ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଥିଲେ।ହାଇକୋର୍ଟଙ୍କ ପରବର୍ତ୍ତୀ ନିର୍ଦ୍ଦେଶ କିମ୍ବା ଅନୁମତି ପର୍ଯ୍ୟନ୍ତ ଫଳାଫଳ ଘୋଷଣା ନକରିବାକୁ ସମ୍ପୃକ୍ତ ପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ମାମଲାର ପରବର୍ତ୍ତୀ ଶୁଣାଣି ଉପରେ ଏବେ ସମସ୍ତଙ୍କ ନଜର ରହିଛି।