ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍, ୮ ଗେଟ୍‌ରେ ବନ୍ୟା ଜଳ ନିଷ୍କାସନ ଜାରି

ଭୁବନେଶ୍ୱର (ରାଜ୍ୟ କାହାଣୀ )ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ସାରା ଓଡ଼ିଶାରେ ଜାରି ରହିଛି ବର୍ଷା । ଅନେକ ସ୍ଥାନରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଥିବା ବେଳେ ଆଗକୁ ଆହୁରି ୩ ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହା ଭିତରେ ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ ୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାରର ଜଳସ୍ତର ୬୨୫ ଫୁଟ୍‌ରେ ସ୍ଥିର ରହିଛି।ବର୍ତ୍ତମାନ ପ୍ରତି ସେକେଣ୍ଡରେ ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୩୬ ହଜାର ୩୫୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୩୯ ହଜାର ୩୫୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ଖୋଲା ରହିଥିବା ୮ଟି ଗେଟ୍ ମଧ୍ୟରୁ ବାମ ପାର୍ଶ୍ୱର ୫ଟି ଏବଂ ଦକ୍ଷିଣ ପାର୍ଶ୍ୱର ୩ଟି ଗେଟ୍ ରହିଛି।

You might also like