ଆସନ୍ତାକାଲି ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୭ଟା ଯାଏଁ ବନ୍ଦ ରହିବ ଜଗନ୍ନାଥ ଦର୍ଶନ
ଆସନ୍ତାକାଲି ସାଢ଼େ 4 ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ଅପରାହ୍ନ 2 ଟା 30 ଠାରୁ ସନ୍ଧ୍ୟା 7 ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ୍ ହେବ। ଆସନ୍ତାକାଲି 2 ସେପ୍ଟେମ୍ବର, ବୁଧବାର ,ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ ।ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ଅର୍ଥାତ୍ ରେଖାପଞ୍ଚମୀ ଦିନ ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ । ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ ।