ଆଗକୁ ପୁଣି ବଡ଼ ବର୍ଷା ! ୧୩ରେ ଲଘୁଚାପ
ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ବର୍ତ୍ତମାନ ବିଶେଷ ବର୍ଷା ସମ୍ଭାବନା ନାହିଁ । ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୮ ତାରିଖରେ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ। ୯ରୁ ବର୍ଷା ପରିମାଣ ସାମାନ୍ୟ ବଢ଼ିବା ସମ୍ଭାବନା ଅଛି। ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।୧୦/୧୧ ତାରିଖ ବେଳକୁ ଏକ ଘୃଷ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ଘନୀଭୂତ ହୋଇ ୧୩ ତାରିଖ ବେଳକୁ ଲଘୁଚାପ ରୂପ ନେଇପାରେ। ଏପରିକି ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତ ରୂପ ନେଇପାରେ। ତେଣୁ ରାଜ୍ୟରେ ପୁଣି ବର୍ଷା ପ୍ରକୋପ ବଢ଼ିବା ସମ୍ଭାବନା ଅଛି