ଆଗାମୀ ୫ ଦିନ ଧରି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଜାରି ରହିବ ବର୍ଷା
ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତେବେ ବୁଧବାରଠାରୁ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବରଗଡ଼, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଆଗାମୀ କିଛି ଦିନ ପାଇଁ ରାଜ୍ୟବାସୀଙ୍କୁ ପାଣିପାଗ ବିଭାଗର ସତର୍କ ସୂଚନା ଉପରେ ନଜର ରଖିବା ସହ ବଜ୍ରପାତ ଓ ଝଡ଼ ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ କୁହାଯାଇଛି ।