ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ଟେନସନ୍, ୯୦୦ ପାର୍ କଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର (ରାଜ୍ୟ କାହାଣୀ )ପୁଣି ଟେନସନ୍ ଦେଲାଣି ସ୍କ୍ରବ୍ ଟାଇଫସ୍ । ସୁନ୍ଦରଗଡ଼ ଜିଲ୍ଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ୯ ଶହ ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ୫ ହଜାର ୬ ଶହ ଜଣଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଛି । ଜିଲ୍ଲାରୁ ପ୍ରତି ଦିନ ୧୦୦ରୁ ଅଧିକ ରକ୍ତ ନମୁନା ପରୀକ୍ଷା କରାଯାଉଛି । ରୋଗୀଙ୍କ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି । ଯଦିଓ ଏହି ରୋଗରେ ଜିଲ୍ଲାରେ କାହାରି ମୃତ୍ୟୁ ହୋଇନାହିଁ, କିନ୍ତୁ ପ୍ରତ୍ୟେକ ଦିନ ରୋଗୀ ସଂଖ୍ୟା ବଢୁଥିବାରୁ ଚିନ୍ତା ବଢ଼ିଛି ।ପରିସ୍ଥିତି ଉପରେ ନଜର ରଖିବା ସହ ଲୋକଙ୍କୁ ସଚେତନ କରାଯାଉଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି । ଗାଁ ଗାଁରେ ଅଙ୍ଗନବାଡ଼ି କର୍ମୀ, ଆଶାକର୍ମୀ ଓ ମେଡିକାଲ ଟିମ୍‌ ଲୋକଙ୍କୁ ସଚେତନ କରିବା ସହ ଜଙ୍ଗଲ ଓ ବିଲକୁ ଗଲେ ପୂରା ପୋଷାକ ପିନ୍ଧି ସତର୍କ ରହିବା ଏବଂ ଜ୍ବର ହେଲେ ତୁରନ୍ତ ଡାକ୍ତରଖାନା ଆସିବା ପାଇଁ ପରାମର୍ଶ ଦେଉଛନ୍ତି । ଏଥିପାଇଁ ଲୋକଙ୍କୁ ଭୟଭୀତ ନହେବା ପାଇଁ ପରାମର୍ଶ ଦେଇଛି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ।

You might also like