ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କଲେ ନବୀନ ଓ ମୋହନ
ଭୁବନେଶ୍ୱର (ରାଜ୍ୟ କାହାଣୀ )ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲାର ନାଲଖେଡାରେ ଥିବା ମା ବଗଳାମୁଖୀ ମନ୍ଦିର ନିକଟରେ ପ୍ରବଳ ବର୍ଷା ଜଳ ସ୍ରୋତରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଇଥିବା ଏକ କାର୍ ଭାସି ଯାଇଛି । ୭ ଓଡ଼ିଆ ଭୁବନେଶ୍ବର ଜୟଦେବବିହାର ଅଞ୍ଚଳର । ଏମାନେ ଏହି ଅଞ୍ଚଳରେ ଥିବା ବନା ଢ଼ାବା ମାଲିକ ବନମାଳୀ ବେହେରାଙ୍କ ପରିବାର ଲୋକ ବୋଲି ଜଣାପଡିଛି । ତେବେ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି।ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ସଭିଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଅନ୍ୟପଟେ ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ମଧ୍ୟପ୍ରଦେଶରେ ଏକ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ପ୍ରାଣ ହରାଇବା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କର ସଦ୍ଗତି କାମନା କରୁଛି । ଘଟଣା ସମ୍ପର୍କରେ ମଧ୍ୟପ୍ରଦେଶ ସରକାର ତଥା ସ୍ଥାନୀୟ ପ୍ରଶାସନ ସହିତ ନିରନ୍ତର ସମନ୍ୱୟ ରକ୍ଷା କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି।