ଆସନ୍ତା ସେପ୍ଟେମ୍ବର ୩୦ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର

ଭୁବନେଶ୍ୱର (ରାଜ୍ୟ କାହାଣୀ )ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ସ୍ନାନଯାତ୍ରା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକ୍ରମର ଭିଡ଼ିଓ ବୈଠକରେ ପ୍ରଦର୍ଶିତ କରାଯାଇଥିଲା। ଯାହାକିଛି ଅସଙ୍ଗତି ଏବଂ ତ୍ରୁଟି ବିଚ୍ୟୁତି ସୃଷ୍ଟି ହୋଇଥିଲା ତାହାର ସମୀକ୍ଷା କରାଯାଇଥିବା ବେଳେ ଆଗାମୀ ରଥଯାତ୍ରାରେ ଯେଭଳି ଏହି ତ୍ରୁଟି ବିଚ୍ୟୁତି ନହୁଏ ସମସ୍ତ ପ୍ରକାରର ପଦକ୍ଷେପ ନିଆଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।ଆସନ୍ତା ସେପ୍ଟେମ୍ବର ୩୦ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର। ପ୍ରବେଶ ଶୁଳ୍କ ମାତ୍ର ୧୦ ଟଙ୍କା ରହିବ। ଗୁଣ୍ଡିଚା ମନ୍ଦିର ଖୋଲିବାର ପ୍ରଥମ ତିନିଦିନ ଭକ୍ତଙ୍କ ପ୍ରବେଶ ପାଇଁ ସମ୍ପୂର୍ଣ୍ଣ ନିଃଶୁଳ୍କ ରହିବ। ତେବେ ପ୍ରବେଶ ଶୁଳ୍କ ୧୦ ଟଙ୍କା ରଖାଯାଇଥିବା ବେଳେ ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ, ଛୋଟପିଲା, ଦିବ୍ୟାଙ୍ଗଙ୍କ ପାଇଁ ପ୍ରବେଶ ଶୁଳ୍କ ଲାଗୁ ହେବ ନାହିଁ। ଶ୍ରୀମନ୍ଦିର ନାଟମଣ୍ଡପ ରେ ଧାଡ଼ି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବା ପୂର୍ବରୁ ଏହାକୁ ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରାଯିବ। ଆଇଆଇଟି ଭୁବନେଶ୍ୱର ପକ୍ଷରୁ କରାଯାଇଥିବା ମଡେଲର ଅନୁଧ୍ୟାନ ପାଇଁ ପରିଚାଳନା କମିଟି ସଦସ୍ୟର ଏକ ଟିମ୍ ଯାଇ ସ୍ଥିତି ଅନୁଧ୍ୟାନ କରିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।

You might also like