ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ ପରେ ବଢ଼ିଲା ସଲମାନଙ୍କ ସୁରକ୍ଷା

ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ଙ୍କୁ ଟାର୍ଗେଟ କରି ମୁମ୍ବାଇର ଜୁହୁ ଅଞ୍ଚଳରେ ଗୁଳିମାଡ଼ ଘଟଣାକୁ ନେଇ ଚିନ୍ତା ପ୍ରକାଶ କରିଛି ସିନେ ସଂଗଠନ। ଅଭିନେତା ଓ ତାଙ୍କ ପରିବାରର ସୁରକ୍ଷା ସୁନିଶ୍ଚିତ କରିବା ସହ ଚଳଚ୍ଚିତ୍ର ଜଗତର ସମସ୍ତ ବ୍ୟକ୍ତିଙ୍କ ପାଇଁ ଏକ ସୁରକ୍ଷିତ ପରିବେଶ ସୃଷ୍ଟି କରିବାକୁ ଦାବି ହୋଇଛି। ଅନ୍ୟପଟେ ଅଭିନେତା ଟାଇଗର ଶ୍ରଫଙ୍କ କାର ଉପରକୁ ଗୁଳିମାଡ଼ ଘଟଣା ପରେ ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ ଥିବା ଅଭିନେତା ସଲମାନ ଖାନଙ୍କ ଘର ବାହାରେ ସୁରକ୍ଷା ବୃଦ୍ଧି କରାଯାଇଛି।ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ବୁଲେଟପ୍ରୁଫ୍ ଜ୍ୟାକେଟ୍ ପିନ୍ଧିଥିବା ପୋଲିସ ଦେଖିବାକୁ ମିଳିଛି। ଅନ୍ୟପଟେ, ଅଲ୍‌ ଇଣ୍ଡିଆନ୍‌ ସିନେ ୱାର୍କର୍ସ ଆସୋସିଏସନ୍‌ (AICWA) ମଧ୍ୟ ଏହି ଘଟଣାକୁ ନେଇ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ତଥା ଗୃହମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍‌ଙ୍କୁ ସମ୍ବୋଧିତ କରି ସଂଗଠନ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ, ଗୁଳିମାଡ଼ କରିଥିବା ବ୍ୟକ୍ତିଙ୍କ ସହ ଏହା ପଛରେ ଥିବା ଷଡ଼ଯନ୍ତ୍ରକାରୀଙ୍କୁ ଶୀଘ୍ର ଗିରଫ ଏବଂ ଚଳଚ୍ଚିତ୍ର ଜଗତର ବ୍ୟକ୍ତି ଓ ସେମାନଙ୍କ ପରିବାରକୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇବାକୁ ଦାବି କରିଛି।

You might also like