ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ! ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ
ଭୁବନେଶ୍ୱର ( ରାଜ୍ୟକାହାଣୀ )ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଏହି ବିଶେଷ ନୀତି ପାଇଁ ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ ।ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି ।