୧୦ ହଜାର ଟଙ୍କା ଲାଞ୍ଚ ନେଇ ଫସିଲେ ତହସିଲଦାର 

ଭୁବନେଶ୍ଵର (ରାଜ୍ୟ କାହାଣୀ ) ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଗୋଲାମୁଣ୍ଡା ତହସିଲଦାର ଚନ୍ଦନ କୁମାର ନାୟକ। ଗୁରୁବାର ଜଣେ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିବା ଜଣାପଡ଼ିଛି lଜଣେ ବ୍ୟକ୍ତିଙ୍କ ଜମିର କିସମ ପରିବର୍ତ୍ତନ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ଏହି ଘଟଣା ପରେ ତହସିଲଦାର ଚନ୍ଦନ କୁମାର ନାୟକଙ୍କ ସହ ସମ୍ପୃକ୍ତ ଦୁଇଟି ସ୍ଥାନ ଏବଂ ଡ୍ରାଇଭର ପଙ୍କଜ ସିପକାଙ୍କ ବାସଭବନରେ ଆୟବହିର୍ଭୂତ ସମ୍ପତ୍ତି ଦିଗରୁ ଏକକାଳୀନ ଚଢ଼ାଉ ଜାରି ରହିଛି । ଏନେଇ କୋରାପୁଟ ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ ହୋଇଛି । ଦୁର୍ନୀତି ନିବାରଣ ଆଇନ ଅନୁଯାୟୀ ମାମଲା ରୁଜୁ କରାଯାଇ ଉଭୟଙ୍କ ବିରୋଧରେ ତଦନ୍ତ ଜାରି ରହିଛି ।

You might also like