ସ୍ଥଳଭାଗ ଅତିକ୍ରମ କଲା ବାତ୍ୟା ଆକଭାନ: ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର ( ରାଜ୍ୟକାହାଣୀ )ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ବାତ୍ୟା। ଲ୍ୟାଣ୍ଡଫଲ୍ ସମୟରେ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ବହିଥିବା ବେଳେ ଝଟକା ପବନର ବେଗ ୯୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିଥିଲା। ତେବେ ବାତ୍ୟାର ସ୍ଥଳଭାଗ ଅତିକ୍ରମ ପ୍ରକ୍ରିୟା ଆହୁରି ପ୍ରାୟ ୨ ଘଣ୍ଟା ଧରି ଜାରି ରହିବାର ସମ୍ଭାବନା ରହିଛି।ଆଗାମୀ ୨୪ ଘଣ୍ଟା ରାଜ୍ୟରେ ବର୍ଷା ନେଇ ପୁର୍ବାନୁମାନ କରିଛି ପାଣିପାଗ ବିଭାଗ ।ବର୍ଷାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି। ଏହି ଦୁଇ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ସମେତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

You might also like