ଆସୁଛି ବଡ ବର୍ଷା । ଆଜି ସୃଷ୍ଟି ହେବ ଲଘୁଚାପ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ବୁଧବାର ବଙ୍ଗୋପସାଗରରେ ପ୍ରବେଶ କରିଛି। ଏହାର ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ୨୮ ତାରିଖ ପରଠୁ କମିବ ବର୍ଷା ପରିମାଣ ।

You might also like